ବରଗଡ଼ ଅମ୍ବାଭନାରେ ସର୍ବାଧିକ ୧୦୫.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ରେ ମଧ୍ୟ ବର୍ଷା ହୋଇଛି ।
ଆଜି ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା କାରଣରୁ ରାଜ୍ୟରେ ରାତି ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଛି ।
ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ନୂଆବର୍ଷ ପରେ ବର୍ଷା କମିବା ସହ ପୁଣି ଫେରିବ ଶୀତ ।