ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଗୁରୁବାର (ଆଜି) ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୧ ରେ ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୧୧ ତାରିଖରେ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଏହା ପୂର୍ବରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ। ଉପକୂଳ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ।
Download Argus News App
