ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଭଦ୍ରକ, ଯାଜପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି ୨୪ ତାରିଖରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଜୁନ ୨୬ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳ ଉପରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତିପ୍ରବଳ ବର୍ଷା ନେଇ ଆଶଙ୍କା । ଅନ୍ୟପଟେ ଏଯାଏ ରାଜ୍ୟରେ ସ୍ୱାଭାବିକଠାରୁ ୩୮% ନିଅଣ୍ଟିଆ ବର୍ଷା ହୋଇଥିବା ସୂଚନା ମିଳିଛି ।
ସ୍ପୋଟ୍ସ କମ୍ପ୍ଲେକ୍ସ ସହ ଅଡ଼ିଟୋରିୟମ୍ ଏବଂ ମୁକ୍ତାକାଶ ଆମ୍ପି ଥିଏଟର୍ ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଅର୍ଗସ ବ୍ୟୁରୋ : ହାଇଦ୍ରାବାଦର ଇଂଲିଶ ଆଣ୍ଡ୍ ଫରେନ୍ ଲାଙ୍ଗୁଏଜସ ୟୂନିଭର୍ସିଟିରେ ଏକ ସ୍ପୋଟ୍ସ କମ୍ପ୍ଲେକ୍ସ ସହ ଅଡ଼ିଟୋରିୟମ୍ ଏବଂ ମୁକ୍ତାକାଶ ଆମ୍ପି ଥିଏଟର୍ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସହିତ କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା ସେହି ୟୂନିଭର୍ସିଟିରେ ଓପନ୍ ଲର୍ଣ୍ଣିଂ ରିସୋର୍ସ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରାଯାଇଛି
Download Argus News App
