ଯାହାର ପ୍ରଭାବରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଫଳରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ହେବ ବର୍ଷା । ୩ ଅକ୍ଟୋବରରେ ରାଜ୍ୟରେ ବଢିବ ବର୍ଷା । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ହାଲୁକା ବର୍ଷା ହୋଇପାରେ । ମାତ୍ର ଘୂର୍ଣ୍ଣିବଳୟ ପ୍ରଭାବରେ ଅକ୍ଟୋବର ପହିଲାରୁ ପାଗରେ ପରିବର୍ତ୍ତନ ଆସିବ । ଉପକୂଳ ଓଡ଼ିଶା ରେ ବର୍ଷା ପରିମାଣ ବଢ଼ିବ ।
ପ୍ରଥମେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨ ତାରିଖ ଠାରୁ ଉପକୂଳ ଜିଲ୍ଲା ଗୁଡ଼ିକ ସମେତ ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ସମୟରେ ବର୍ଷା ପରିମାଣ ବଢ଼ିପାରେ ।
ପାଣିପାଗ ଖବର ଆହୁରି ପଢ଼ନ୍ତୁ ।