ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଓ୍ବେଲ୍ ମାର୍କଡ୍ ଲୋପ୍ରେସର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ,ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣପାଗ ବିଜ୍ଞାନ କେନ୍ଦ୍ର । ତେବେ ଏହି ଅବପାତ ଯୋଗୁଁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ବର୍ତ୍ତମାନ ମୌସୁମୀ ବାୟୁ ସକ୍ରିୟ ରହିଛି ।
ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ସମୁଦ୍ର ମଧ୍ୟରେ ଓଡିଶା ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ସୁଦୃଶଃ-ଲଘୁଚାପ କ୍ଷେତ୍ର । ଫଳରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅବପାତ ରୂପ ନେବା ସହ ଓଡିଶା-ଛତିଶଗଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ନବବରଙ୍ଗପୁର ଜିଲ୍ଲା ଡାବୁଗାଁ ଠାରେ ସର୍ବାଧିକ ୨୨୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ୭ଟି ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ ହୋଇଥିବାବେଳେ ୧୬ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।
ପାଣିପାଗ ଖବର ଆହୁରି ପଢ଼ନ୍ତୁ ।