ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କଳାବୈଶାଖୀ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ମେଘୁଆ ପାଗ ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଅନେକ ସ୍ଥାନରେ ୨ରୁ ୪ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରାରେ ହ୍ରାସ ସମ୍ଭାବନା । ଆଗାମୀ ୩ ଘଣ୍ଟାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ୧୧ ଜିଲ୍ଲାକୁ ସତର୍କତା କରିଛି ପାଣିପାଗ କେନ୍ଦ୍ର ।
ସେହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ଯାଜପୁର, ଖୋର୍ଦ୍ଧା, କଟକ ଓ ପୁରୀ । ପରବର୍ତ୍ତୀ ୨ ଦିନ ମଧ୍ୟରେ ପୁଣି ୩ରୁ ୪ ଡ଼ିଗ୍ରୀ ଯାଏଁ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆହୁରି ପଢନ୍ତୁ ପାଣିପାଗ ଖବର...