ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଅସରାଏ ବର୍ଷାରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହୋଇଛି । ପଶ୍ଚିମାଝଡ଼ ପ୍ରଭାବରେ 30 ମାର୍ଚ୍ଚରୁ ଏପ୍ରିଲ 1 ଯାଏଁ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା । ଆସନ୍ତା ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଘଡ଼ ଘଡ଼ି ସହ ଝଡ଼ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏଥିସହ ୬ ଜିଲ୍ଲାରେ ପ୍ରବଳ ବର୍ଷା ଅର୍ଥାତ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା _କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, କଟକ, ଢେଙ୍କାନାଳ । ସେହିପରି ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ 16 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...