ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଫଳରେ ଏହି ଦୁଇଟି ଜିଲ୍ଲାର କିଛି ଅଞ୍ଚଳରେ ପାଣି ଜମି ଟ୍ରାଫିକ ସମସ୍ୟା ଦେଖାଦେଇପାରେ। ନଦୀରେ ଜଳ ସ୍ତରର ବୃଦ୍ଧି ହୋଇପାରେ। ଏଥିସହିତ ସେପ୍ଟେମ୍ବର ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି।