ଆଜି ଆହୁରି ଘନିଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆହୁରି ୨ ଦିନ ଏଭଳି ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଦକ୍ଷିଣ ଓ ଆଭ୍ୟନ୍ତରିଣ ଓଡ଼ିଶାର ୧୭ ଜିଲ୍ଲାକୁ ଆଲର୍ଟ କରାଯାଇଛି । ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ପାଣିପାଗର ପୂର୍ବାନୁମାନ ପରେ ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ମଧ୍ୟ ପରାମର୍ଶ ଜାରି ହୋଇଛି । ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ବିପର୍ଯ୍ୟୟକୁ ମୁକାବିଲା ପାଇଁ ପ୍ରସ୍ତୁତ ରିହବାକୁ କୁହାଯାଇଛି ।
ଅଧିକ ପଢନ୍ତୁ : ଆଜି ଆହୁରି ଘନିଭୂତ ହେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ