ସସମ୍ବଲପୁର ସହରର ବୁଢ଼ାରଜା ଅଞ୍ଚଳର କୁନିଝିଅ ପ୍ରିସାଙ୍କୁ ସଫଳତା
ଆଗାମୀ 5 ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ: ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ-ମୌସୁମୀ ବର୍ଷା । ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ୭ ରୁ ୧୧ ସେମି ଓ ଆଉ କିଛି ସ୍ଥାନରେ ୧୧ ରୁ ୨୦ ସେମି ବର୍ଷା ସମ୍ଭାବନା ରହିଛି । ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ମୟୁରଭଞ୍ଜକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୨୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ୩ ଦିନ ତଳେ ଓଡିଶା ଛୁଇଁଥିବା ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ରହିଛି । ୨ ରୁ ୩ ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ଛୁଇଁବ ମୌସୁମୀ ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
