ମେଷ-
ପତୀ ପତ୍ନୀଙ୍କ ସମ୍ପର୍କରେ ଉନ୍ନତି ଆସିବ। ସରକାରି କ୍ଷେତ୍ରରୁ ମଧ୍ୟ କିଛି ଆର୍ଥିକ ସହୟତା ମିଳିପାରେ । ଶିକ୍ଷାର୍ଥୀ ମାନେ ଶିକ୍ଷକଙ୍କର ପରାମର୍ଶ ମାନି ଅଗ୍ରସର ହେବେ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ୟ୍ୟରେ କୃତକାର୍ୟ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ଶୁଭ ରଙ୍ଗ-ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ତୁମ ଖାଦ୍ୟରୁ ଅଧେ ଗାଈ କୁ ଖାଇବାକୁ ଦିଅନ୍ତୁ
ମିଥୁନ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ଧୈର୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କର୍କଟ-
କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ
। ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ୟ୍ୟ ହେବେ । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ୟ୍ୟରୁ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା-୨
ପ୍ରତିକାର- ଶିବଙ୍କ ସହସ୍ରନାମ ପାଠ କରନ୍ତୁ
ସିଂହ-
ଭାଇ ଭଉଣୀଙ୍କର ସମ୍ପର୍କରେ ଉନ୍ନତି ଆଣିବେ । ସଞ୍ଚିତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ଧର୍ମ ଓ ସାଂସୃତିକ କାର୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ଆପଣଙ୍କ ଧ୍ୟାନ ଧର୍ମ କାର୍ୟ୍ୟରେ ଲାଗି ରହିବ । କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ । ମହିଳାମାନେ ପରିବାର ସହିତ ହସ ଖୁସିରେ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତ୍ରିପୁରା ସୁନ୍ଦରୀଙ୍କର ପୂଜା କରନ୍ତୁ
ତୁଳା-
ପୂର୍ବ ସମୟ ଠାରୁ ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ କିନ୍ତୁ ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାକରି ପାରନ୍ତି । ଅଧାରୁ ଛାଡିଦେଇଥିବା ବ୍ୟବସାୟକୁ ପୁନର୍ବାର ଆରମ୍ଭ କରିବେ
। ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ବିଛା-
ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର- ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
କୋର୍ଟର ଫଇସଲା ଆପଣଙ୍କ ପାଖକୁ ଆସିପାରେ । କାରବାରରେ ବକୟ ଅର୍ଥ ପାଇବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ
ମକର-
ପାରିପାରିକ ଜୀବନ ସୁଖମୟ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ସମସ୍ତ ଶାରୀରିକ ସମସ୍ୟାରୁ ମୁକ୍ତି ପାଇବା ସହିତ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ନିଜ ମନ ଅନୁଯାୟୀ କର୍ମ କରିବାର ସ୍ୱାଧିନତା ପାଇବେ ଅନ୍ୟ ରାଜ୍ୟକୁ ବ୍ୟପାର କରିବାକୁ ଯାଇ ପାରନ୍ତି । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ଅଧିକ ପଢନ୍ତୁ ରାଶିଫଳ ଖବର
ମୀନ-
ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ । କାରବାରରେ ସଫଳତା ପାଇବେ । ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା-୩
ପ୍ରତିକାର- ବିଷ୍ଣୁଙ୍କ ପୂଜା , ପାଠ କରନ୍ତୁ