ବୃଷ
କୃତିକା- ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ । ଶତୃ ମାନେ ପରାଜିତ ହେବେ ।
ରୋହିଣୀ- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିବେ । ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି । ବିଦ୍ୟାରେ ଉନ୍ନତି ହେବା ସହ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ ।
ମୃଗଶିରା- ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । ବ୍ୟସ୍ତତା ଭିତରେ ସମୟ ବିତାଇବେ । ବହୁ ଦିନର ମନସ୍କାମନା ପୂରଣ ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ
ମୃଗଶିରା- ଯେକୈାଣସି କାମରେ ଯଥେଷ୍ଟ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ ।
ଆଦ୍ରା- ଶିକ୍ଷାରେ ପ୍ରଗତି ହେବାର ସମ୍ଭାବନା ଅଛି । ବ୍ୟାବସାୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନଚେତ୍ ଠକାମିରେ ପଡିବେ । ମାନସିକ ଅଶାନ୍ତି ଦୂରେଇ ଯିବ
ପୁନର୍ବସୁ- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ଭ୍ରମଣର ସଯୋଗ ପାଇବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ
କର୍କଟ
ପୁନର୍ବସୁ- କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିପାରନ୍ତି । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।
ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ସତ୍ୟ କହି ବିବାଦର ଶିକାର ହୋଇପାରନ୍ତି ।
ଅଶ୍ଳେଷା- ଦୂର ଯାତ୍ରାକୁ ଭ୍ରମଣ କରିପାରନ୍ତି । ପାରିବାରିକ ସମସ୍ୟାକୁ ସମାଧାନ କରିବା ପାଇଁ ଚେଷ୍ଟିତ ହେବେ । ପୁରାତନ ରୋଗର ପୀଡ଼ା ଅନୁଭବ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରିବେ
ସିଂହ
ମଘା- ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶିକ୍ଷା କ୍ଷେତ୍ରରେ ଛିତ୍ରଛାତ୍ରୀ ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ପୂ- ଫାଲ୍ଗୁନୀ- କର୍ମ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଆପଣ ବହୁତ୍ ଲାଭବାନ୍ ହେବ । ଆଜି ଭ୍ରମଣ ହେତୁ କ୍ଳାନ୍ତି ଅନୁଭବ କରିବେ ।
ଉ- ଫାଲ୍ଗୁନୀ- କୋର୍ଟ କଚେରୀ ମାମଲାରେ ଅଶୁଭ ଖବର ମିଳିପାରେ । ରାଜନିତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସଂମ୍ପର୍କ ବୃଦ୍ଧି ହେବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
କନ୍ୟା
ଉ- ଫାଲ୍ଗୁନୀ- ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ଉଧାର ଦେଇଥିବା ଟଙ୍କା ମିଳିବ ।
ହସ୍ତା- ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।
ଚିତ୍ରା- ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବୁଦ୍ଧ ଦେବଙ୍କର ବୀଜ ମନ୍ତ୍ର ଜପ କରନ୍ତୁ
ତୁଳା
ଚିତ୍ରା- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ସ୍ୱାତୀ- କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ। ଦ୍ରବ୍ୟ ନଷ୍ଟ ହୋଇପାରେ। ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ବିଶାଖା- ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ
ବିଛା
ବିଶାଖା- କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ ।
ଅନୁରାଧା- ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
ଜ୍ୟୋଷ୍ଠା- କୌଣସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ
ମୂଳା- ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପୁଅ ଝିଅଙ୍କ କର୍ମ ସ୍ଥିର ହେବା ଫଳରେ ଖୁସି ହେବେ ।
ପୂ, ଷାଢା- କଠିନ ଶ୍ରମ ଓ ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।
ଉ, ଷାଢା- ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହାନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପରୋପକାର ମନୋଭାବରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର
ଉ, ଷାଢା- ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।
ଶ୍ରବଣା- ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହିତ ସମୟ ଆନନ୍ଦମୟ ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ।
ଧନିଷ୍ଠା- ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଗୋମାତାଙ୍କୁ ସବୁଜ ଚାରା ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
କୁମ୍ଭ
ଧନିଷ୍ଠା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।
ଶତଭିଷା- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ପୂ, ଭାଦ୍ରପଦ- ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ
ପୂ, ଭାଦ୍ରପଦ- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଉ, ଭାଦ୍ରପଦ- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ ।
ରେବତୀ- ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମିଠା, ହଳଦିଆ ଚାଉଳ ପ୍ରସ୍ତୁତ କରନ୍ତୁ ଏବଂ ଏହାକୁ ଭଗବାନଙ୍କୁ ଅର୍ପଣ କରନ୍ତୁ