ମାଓବାଦୀମାନେ ବିପୁଳ ପରିମାଣର ମାଓ ସାମଗ୍ରୀକୁ ମାଟି ତଳେ ଲୁଚାଇ ରଖିଥିଲେ । ସୁରକ୍ଷା କର୍ମୀଙ୍କ ପକ୍ଷରୁ ସେ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି । ଓଡିଶା ସୀମାନ୍ତରେ ଥିବା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ସହ ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖାଯାଇଥିବା ନେଇ ଗୁଇନ୍ଦା ସୂତ୍ରରୁ ପୋଲିସ ଜାଣିବାକୁ ପାଇଥିଲା । ଏହାପରେ ମାଲକାନଗିରି ଏସପି ନିତେଶ ୱାଧୱାନିଙ୍କ ନିର୍ଦ୍ଦେଶରେ ଡିଭିଏଫ ବାହିନୀ ଓ ଗୁଇନ୍ଦା ବିଭାଗର କର୍ମଚାରୀ ମାନେ ମିଳିତ ଅପରେଶନ କରିଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର