ଗତକାଲି ସୁଦ୍ଧା 18 ଲକ୍ଷ 35 ହଜାର 903 ଡୋଜ ଟିକା ଦିଆଯାଇଛି । ସେଥିମଧ୍ୟରୁ 10 ଲକ୍ଷ 59 ହଜାର 753 ଜଣ ପ୍ରଥମ ଡୋଜ ନେଇସାରିଛନ୍ତି । 7 ଲକ୍ଷ 76ହଜାର 150 ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି ।
ତେବେ ଭୁବନେଶ୍ବରରେ କୋଭକ୍ସିନ ଟିକା ଦିଆଯାଉଥିବା ବେଳେ ଏଠାରେ ଟିକାର ଅଭାବ ନାହିଁ । ବର୍ତ୍ତମାନ ମଧ୍ୟ ସମସ୍ତ ଟିକା କେନ୍ଦ୍ର ଖୋଲା ରହିଛି। ଭୁବନେଶ୍ବର ରାଜଧାନୀ ହୋଇଥିବାରୁ ଏଠାକୁ ଦୈନିକ ବାହାରୁ ଅନେକ ଲୋକ ଆସନ୍ତି । ଟିକା ପାଇଁ କାହାକୁ ମନା କରାଯାଇପାରିବ ନାହିଁ ।
ଭୁବନେଶ୍ବରବାସୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଇଛି । ବର୍ତ୍ତମାନ ବାହାରର ଲୋକଙ୍କୁ ମଧ୍ୟ ଟିକା ଦିଆ ଯାଉଛି ବୋଲି ସୂଚନା ଦେଇଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ।