Headlines 6pm
ଭୁବନେଶ୍ଵର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ ଅନ୍ୟ ଦଳର ଶତାଧିକ ନେତା ଓ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାର କିଛି ନେତା ଓ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ପରଜଙ୍ଗ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୨୦୧୯ର କଂଗ୍ରେସ ପ୍ରାର୍ଥୀ ଯଶଶ୍ବିନୀ ରାଉତ ଓ ତାଙ୍କର ଶତାଧିକ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି ।
ଏହି ଅବସରରେ ନୂଆ ସଦସ୍ୟଙ୍କୁ ସାଧୁବାଦ ଜଣାଇଛନ୍ତି ରାଜ୍ୟ ସଭାପତି ସମୀର ମହାନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି , ମୋଦିଙ୍କ ନେତୃତ୍ୱରେ ଏମାନେ ବିଜେପିରେ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ସମସ୍ତଙ୍କୁ ସ୍ୱାଗତ କରିବା ସହ ଏମାନେ ଦଳପାଇଁ ଗୁରୁତ୍ୱ ରଖିବେ ବୋଲି କହିଛନ୍ତି।