ଅଧିକ ପଢ଼ନ୍ତୁ: ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି
ଯାହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ ବାଧା ପ୍ରାପ୍ତ ହୋଇଥିବା ଦେଖିବାକୁ ମିଳୁଛି । ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା । ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି । କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ ।
ଆହୁରି ପଢ଼ନ୍ତୁ: ୧୨ଦଫା ଦାବି ନେଇ ରାଜ୍ୟବ୍ୟାପୀ ଚକ ଅଖ ବନ୍ଦ
ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ । ଏମାନେ ସମାଜରେ ଅସ୍ପୁର୍ଶ୍ୟ ନୁହଁନ୍ତି । ସେମାନେ ଆମ ମାନଙ୍କ ମଧ୍ୟରୁ ଜଣେ । ତାଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁ ମାନଙ୍କର ଦାବିକୁ ଗୁରୁତ୍ୱର ସହ ନେଇ ଆପଣଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।
ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା । ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି । କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ । — Dharmendra Pradhan (@dpradhanbjp) March 16, 2023