୩ ଦିନ ଅର୍ଥାତ ୨୩ ରୁ ୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଥିବା ବେଳେ ୨୪ ଓ ୨୫ ତାରିଖରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନ ଦେଇଛି ପାଣିପାଗ ବିଭାଗ । ୨୪ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ,ପୁରୀ , ଖୋର୍ଦ୍ଧା ଏବଂ ଗଜପତି ଜିଲ୍ଲାରେ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୨୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଭୀଷଣ ବର୍ଷାର ସମ୍ଭାବନା ରହିବନି।
ବିଶେଷ କରି ଭୀଷଣ ବର୍ଷା ପୁରୀ, ଖୋର୍ଦ୍ଧା,ଗଞ୍ଜାମ ଓ ଜଗତସିଂପୁର ସହ କେନ୍ଦ୍ରାପଡା, କଟକ, ନୟାଗଡ ,ଖୋର୍ଦ୍ଧା ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ଓ ଭଦ୍ରକ ବାଲେଶ୍ୱର ଯାଜପୁର ଢେଙ୍କାନାଳ ଅନୁଗୁଳ ବୌଦ୍ଧ କନ୍ଧମାଳ ରାୟଗଡା କୋରାପୁଟ ମାଲକାନଗିରି ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।୨୬ରେ ପ୍ରବଳ ବର୍ଷା ସହ ୨୭ରେ ବି କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ରହିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୭ ତାରିଖ ଯାଏ ରାଜ୍ୟରେ ବର୍ଷା ଥିବାବେଳେ ପରେ ବର୍ଷାର ପରିମାଣ କମିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ତେବେ ଅକ୍ଟୋବର ମାସ ବାତ୍ୟାକୁ ସୁହାଇଥାଏ। କିନ୍ତୁ ଏଯାଏଁ ବାତ୍ୟାର ପ୍ରଭାବ କେତେ ରହିବ ତାହା ସ୍ପଷ୍ଟ ହୋଇନଥିବା ବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟହେବ ଓ ଏହାର ଦିଗ ବା ଗତିପଥ ସ୍ପଷ୍ଟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ଲଘୁଚାପ ସମୟରେ ୪୫ ରୁ ୫୦ ବା ସର୍ଵଚ ୬୫ ମି.ମି. ବର୍ଷା ରହିବା ସହ ସ୍ଥଳଭାଗ ଛୁଇଁବା ପରେ ୧୦୦ରୁ ୧୨୦ କିମି ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ ତେଣୁ ଆଜିସୁଦ୍ଧା ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଆଜିଠାରୁ ୨୫ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ସେପଟେ ଆସନ୍ତା ୨୪ରେ ରାଜ୍ୟରେ ବଡ ବର୍ଷା ନଥିବାବେଳେ କାଁଭାଁ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ।
ଅଧିକ ପଢ଼ନ୍ତୁ ପାଣିପାଗ ଖବର