ଗଣେଶ ପୂଜାରେ ଡିଜେ ସାଉଣ୍ଡକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବା ଶୁଣିବାକୁ ମିଳୁଛି। ଏନେଇ ସେହି ଗାଁର ପ୍ରକାଶ ରଞ୍ଜନ ବଳିୟାରସିଂ ତାଳବସ୍ତ ଫାଣ୍ଡିରେ ଏକ ଏତଲା ଦେଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
କଟକ: ବିଜେଡି ନେତାଙ୍କ ଗୁଣ୍ଡାଗିରି। ଗାଁ ମଝିରେ ଠେଙ୍ଗା ଓ ମାରଣାସ୍ତ୍ର ଧରି ଖେଳାଇଲେ ଆତଙ୍କରାଜ। ବାଙ୍କୀ ଡମପଡା ଗାଁର ଖଣ୍ଡାୟତ ସାହିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଡମପଡା ବ୍ଲକ ବିଜୁ ଛାତ୍ର ଜନତା ଦଳର ସଭାପତି ଗୌରବ ବଳିୟାରସିଂ ଓ ତାଙ୍କର କିଛି ସମର୍ଥକ ମିଶି ସାହିରେ ଥିବା ଗୋପୀନାଥ କ୍ଳବର ସଦସ୍ୟ ମାନଙ୍କୁ ଗାଳି ଗୁଲଜ କରିବା ସହ ଦୀର୍ଘ ଘଣ୍ଟା ଧରି ଆତଙ୍କ ରାଜ ଚଳାଇଥିଲେ।
ଗଣେଶ ପୂଜାରେ ଡିଜେ ସାଉଣ୍ଡକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବା ଶୁଣିବାକୁ ମିଳୁଛି। ଏନେଇ ସେହି ଗାଁର ପ୍ରକାଶ ରଞ୍ଜନ ବଳିୟାରସିଂ ତାଳବସ୍ତ ଫାଣ୍ଡିରେ ଏକ ଏତଲା ଦେଇଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ରାଜ୍ୟରେ ଏକ ଦୁର୍ନୀତିଗ୍ରସ୍ତ ଓ ଭ୍ରଷ୍ଟାଚାରୀ ଶାସନ ବ୍ୟବସ୍ଥା ଯୋଗୁଁ ସମଗ୍ର ଭାରତବର୍ଷରେ ମହିଳା ନିର୍ଯ୍ୟାତନା ଓ ଅପରାଧିକ ମାମଲାରେ ଓଡ଼ିଶା ଆଜି ନିନ୍ଦିତ । ମହିଳା ମାନଙ୍କ ଉପରେ ଅତ୍ୟାଚାର ନେଇ ପ୍ରକାଶିତ ଏନସିଆରବି ରିପୋର୍ଟ ଓଡ଼ିଶାର ମୁଣ୍ଡକୁ ତଳକୁ କରିଦେଇଛି ବୋଲି ରବିବାର ଭୁବନେଶ୍ୱରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଓଡ଼ିଶାରେ ସ୍ଥାଣୁ, ଅପାରଗ, ଦୁର୍ନୀତିଗ୍ରସ୍ତ ଓ ଭ୍ରଷ୍ଟାଚାରୀ ଶାସନ ବ୍ୟବସ୍ଥା ଚାଲିଛି । ଏ ସରକାରରେ ତାଙ୍କ ଦଳର ଅନେକ ମନ୍ତ୍ରୀ, ବିଧାୟକ ଓ ନେତାମାନଙ୍କ ନାଁରେ କେଳେଙ୍କାରୀର ଅଭିଯୋଗ ଆସିଛି । ତାଙ୍କ ଦଳୀୟ ମହିଳାମାନେ ଦଳୀୟ ନେତୃତ୍ୱ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ସଦ୍ୟତମ ଏନସିଆରବି ରିପୋର୍ଟ ଅନୁସାରେ ଦେଶରେ ମହିଳା ଅପରାଧରେ ଓଡ଼ିଶା ଆଗରେ ରହିଛି । ସ୍ଥାନୀୟ ସରକାର ପଦଚ୍ୟୁତ ହେଲେ ହିଁ ମମତା ମେହେର, ପରୀକୁ ସଠିକ୍ ନ୍ୟାୟ ମିଳିପାରିବ । ସେହିପରି ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶାର ନବଜାତ ଶିଶୁ ଓ ମହିଳାମାନେ ସବୁଠୁ ଖରାପ ସ୍ଥିତିରେ ଅଛନ୍ତି । ଏହା ବିରୋଧରେ ସାରା ରାଜ୍ୟରେ ବ୍ୟାପକ ଆନ୍ଦୋଳନ କରିବା ପାଇଁ ରାଜ୍ୟ ମହିଳା ମୋର୍ଚ୍ଚା ସଂକଳ୍ପ କରିଛି ।
ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱାଧୀନ ସରକାର ସବୁବେଳେ ନାରୀ ସଶକ୍ତିକରଣକୁ ପ୍ରାଧାନ୍ୟ ଦେଇ ଆସିଛନ୍ତି । ମହିଳାଙ୍କୁ ସାମାଜିକ ଓ ରାଜନୈତିକ ସ୍ତରରେ ଯଥୋଚିତ ସମ୍ମାନ ଦେବା ସହ ସେମାନଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭର କରିବା ପାଇଁ ବିଗତ ସାଢେ ୯ ବର୍ଷ ଧରି ଅନେକ କଲ୍ୟାଣକାରୀ ପଦକ୍ଷେପ ନିଆଯାଇଛି । ମହିଳା ସଶକ୍ତିକରଣ ଆଜି ମୋଦିଙ୍କ ଗ୍ୟାରେଣ୍ଟି ହୋଇଛି । ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଅଣାଯାଇଛି ।
ଆଜି ଓଡ଼ିଶାରେ ୧ କୋଟିରୁ ଉର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କ ଜନଧନ ଆକାଉଣ୍ଟ ଖୋଲାଯାଇଛି । ସ୍ୱଚ୍ଛ ଭାରତ ଅଭିଯାନ ମାଧ୍ୟମରେ ରାଜ୍ୟରେ ୭୭ ଲକ୍ଷ ଶୌଚାଳୟ ନିର୍ମାଣ ହୋଇଛି । ପିଏମ ଆବାସରେ ୩୨ ଲକ୍ଷ ଘର ଦିଆଯାଇଛି । ଉଜ୍ଜ୍ୱଳା ଯୋଜନାରେ ୫୩ ଲକ୍ଷ ମହିଳା ହିତାଧିକାରୀଙ୍କୁ ମାଗଣା ଗ୍ୟାସ ଦିଆଯାଇଛି । ୫୬ ଲକ୍ଷ ପରିବାରକୁ ଜଳ ଜୀବନ ମିଶନରେ ପାଇପ ଯୋଗେ ସ୍ୱଚ୍ଛ ପାନୀୟ ଜଳ ପହଞ୍ଚାଯାଉଛି । ସେହିପରି ମୁଦ୍ରା ଲୋନ, ଏସଏଚଜି ସମୂହଙ୍କୁ ବ୍ୟାଙ୍କ୍ ମାଧ୍ୟମରେ କମ ସୁଧରେ ଋଣ ଉପଲବ୍ଧ କରାଯାଇଛି । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣାରେ ୨୦୨୯ ପର୍ଯ୍ୟନ୍ତ ୩.୨୫ କୋଟି ହିତାଧିକାରୀଙ୍କୁ ପ୍ରତି ମାସକୁ ଚାଉଳ ଉପଲବ୍ଧ କରାଯାଉଛି । ବିଶ୍ୱକର୍ମା ଯୋଜନା ସହ ୨ କୋଟି ଲକ୍ଷପତି ଦିଦି ଏବଂ ନମୋ ଡ୍ରୋନ ଦିଦି ବନାଇବା ପାଇଁ ଯୋଜନା କରିଛନ୍ତି, ଯାହାର ଭାଗ ଓଡ଼ିଶା ପାଇବ ।
ରାଜ୍ୟରେ ମୋଦିଜୀଙ୍କ ହାତମୁଠାକୁ ମଜଭୂତ୍ କରିବାକୁ ହେଲେ ବୁଥ ସ୍ତରରେ ମହିଳା ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ଘରେ ଘରେ ମୋଦି ସରକାରଙ୍କ କଲ୍ୟାଣକାରୀ ଯୋଜନାକୁ ପହଞ୍ଚାଇବାର ଗୁରୁ ଦାୟିତ୍ୱ ମହିଳା ମୋର୍ଚ୍ଚାକୁ ନେବା ପାଇଁ ହେବ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତର ଲକ୍ଷ୍ୟକୁ ପୂରଣ କରିବା ପାଇଁ ହେଲେ ମହିଳାଙ୍କୁ ନେତୃତ୍ୱ ନେବା ପାଇଁ ପଡିବ । ମହିଳା ମାନଙ୍କ ନେତୃତ୍ୱ ହିଁ ଓଡ଼ିଶାରେ ରାଜନୈତିକ ପରିବର୍ତ୍ତନ ଆଣିବ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।
ଗରିବଙ୍କ ପଇସାକୁ ଲୁଟୁଥିବା ଲୋକମାନେ ଜେଲ୍ ଯିବେ- ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଯେଉଁମାନେ ଗରିବଙ୍କ ଟଙ୍କାକୁ ଲୁଟୁଛନ୍ତି, ସେମାନଙ୍କୁ ଜେଲ ପଠାଯିବ । ମୋଦି କାହାକୁ ଛାଡିବେ ନାହିଁ ବୋଲି ରାଜ୍ୟରେ ଶହ ଶହ କୋଟି ଟଙ୍କା ଜବତ ହେବା ଘଟଣାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଆଜି ଓଡ଼ିଶାରେ ୮୦ ପ୍ରତିଶତ ଲୋକ ମୋଦିଜୀଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି । ମୋଦିଙ୍କ ଶାସନ ବ୍ୟବସ୍ଥାକୁ ଲୋକମାନେ ପସନ୍ଦ କରୁଛନ୍ତି । ଓଡ଼ିଶା ସମେତ ଦେଶର ଜନସାଧାରଣ ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଭରସା କରୁଛନ୍ତି । ଯେଉଁମାନେ ଜବତ ହୋଇଥିବା ଅର୍ଥ କାରବାରରେ ସଂଶ୍ଲିଷ୍ଟ ଅଛନ୍ତି, ସେମାନେ ଯେତେ ପ୍ରଭାବଶାଳୀ ହେଲେ ମଧ୍ୟ ମୋଦି ସରକାର କାହାକୁ ବି ଛାଡିବେନାହିଁ । ଗରିବ ଓଡିଶାବାସୀଙ୍କ ଟଙ୍କାକୁ ଯିଏ ଲୁଟିଛି ତାକୁ ଜେଲ ପଠାଯିବ ।
'ଏ ଟଙ୍କା ଆଗାମୀ ନିର୍ବାଚନ ପାଇଁ ଗଚ୍ଛିତ ରଖାଯାଇଥିଲା'
ଏହି ଘଟଣାରେ ଯେଉଁ କଂଗ୍ରେସ ସାଂସଦଙ୍କ ନାଁ ଆସୁଛି, ତାଙ୍କ ପରିବାର ଲଗାତାର ଭାବେ ଓଡିଶାରେ ବ୍ୟବସାୟ କରି ଆସୁଥିଲା । ଯେଉଁମାନେ ଉତ୍ତରଦାୟୀ, ସେମାନେ ଚୁପ୍ ରହି ଉତ୍ତର ଦେବାକୁ ବାଧ୍ୟ ହେବେ । ଏହା ଲୋକଙ୍କ ଅପେକ୍ଷା ରହିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।