ଅଧିକ ପଢନ୍ତୁ ଓଡିଶା ଖବର
ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରାଯାଇଥିବା କହିଛି ଓମଫେଡ୍। ନୂଆ ଦର ଲାଗୁ ହେବା ଫଳରେ ୫୦୦ ଏମଏଲ ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୫୦୦ ଏମଏଲ ପ୍ରିମିୟମ କ୍ଷୀର ଓ ଗୋଲ୍ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି । ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛି ।