ଟ୍ରାଏଲ ରନ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, କେରଜାଙ୍ଗ, ସମ୍ବଲପୁର ସିଟି, ଝାରସୁଗୁଡା ଷ୍ଟେସନରେ ୨ମିନିଟ ଲେଖାଏଁ ରହିବ। ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ରାଜ୍ୟର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ । ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପରେ ଚଳିତ ସେପ୍ଟେମ୍ବର ୧୧ରେ ପୁରୀରୁ ତାଳଚେର ପର୍ଯ୍ୟନ୍ତ ଟ୍ରାଏଲ ରନ ନେଇଥିଲା ରାଜ୍ୟରେ ଗଡ଼ିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର