ଅର୍ଗସ ବ୍ୟୁରୋ : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ଲାଗି ସ୍ଥାପନ ହେବ ଶିଳ୍ପ ପାର୍କ । ମହିଳା ଉଦ୍ୟୋଗୀଙ୍କ ପାଇଁ ସବୁ ଜିଲ୍ଲାରେ ହେବ ମାଇକ୍ରୋ ଓ ସ୍ମଲ ଇଣ୍ଡଷ୍ଟ୍ରି ପାର୍କ । ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୨ରେ ଏ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପ୍ରତି ଜିଲ୍ଲା ମିଶନ ଶକ୍ତି ଫେଡରସନକୁ କୋଟିଏ ଟଙ୍କାର revolving fund ଦିଆଯିବ । ପ୍ରତି ବ୍ଲକସ୍ତରୀୟ ଫେଡରେସନକୁ 50 ଲକ୍ଷ ଟଙ୍କା revolving fund ଦିଆଯିବ । ପଞ୍ଚାୟତସ୍ତରୀୟ ମିଶନ୍ତି ଶକ୍ତି ଫେଡରେସନ ଲାଗି ପଞ୍ଚାୟତର ମାର୍କେଟ କମ୍ପ୍ଲେକ୍ସରେ ଘର ଯୋଗାଇ ଦିଆଯିବ ।
ମହିଳା ଉଦ୍ୟୋଗୀଙ୍କ ଦ୍ବାରା ଉତ୍ପାଦିତ ସାମଗ୍ରୀକୁ ବିଶ୍ବ ବଜାରରେ ପହଞ୍ଚାଇବାକୁ ଇ-କମର୍ସ ବ୍ୟବସ୍ଥା ଆରମ୍ଭ ହେଇଛି । ଏଥିଲାଗି ଆଜି ଫ୍ଲିପକାର୍ଟ ସହ ବୁଝାମଣାପତ୍ର ସ୍ବାକ୍ଷର କରିଛି ମିଶନ ଶକ୍ତି ବିଭାଗ । ସେହିପରି ଶୁଖୁଆ ଉତ୍ପାଦନ ଓ ବଜାର ବ୍ୟବସ୍ଥା ପାଇଁ ୱାଲ୍ଡଫିସ, ଚାଉଳର ମୂଲ୍ୟ ଯୁକ୍ତ ପ୍ରକ୍ରିୟାକରଣ ପାଇଁ IRRI, ଚିନାବାଦାମର ମୂଲ୍ୟ ଯୁକ୍ତ ପ୍ରକ୍ରିୟାକରଣ ପାଇଁ ICRI SAT ସହ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛି ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।