ପ୍ରାୟ ୩୦ଜଣ ଉଦ୍ୟଗି ଓ ସ୍ବୟଂସାହାୟକ ଗୋଷ୍ଠୀ ଏହି ମେଳାରେ ଭାଗ ନେଇଛନ୍ତି । ଅନ୍ୟପଟେ ଶିଳ୍ପ ବିହୀନ ବୌଦ୍ଧ ଜିଲ୍ଲାରେ ଇଡ୍କୋ ମାଧ୍ୟମରେ କିଭଳି ଶିଳ୍ପର ବିକାଶ କରାଯିବ ସେ ଦିଗରେ ପରଯ୍ୟାୟକ୍ରମେ ପଦକ୍ଷେପ ଗ୍ରହଣ ପାଇଁ ଏହାର ଅୟୋଜନ କରାଯାଇଛି।

ଅର୍ଗସ ବ୍ୟୁରୋ: ବୌଦ୍ଧ ଜିଲ୍ଲାରେ ଆରମ୍ଭ ହୋଇଯାଇଛି ଶିଳ୍ପଉଦ୍ୟୋଗି ସପ୍ତାହ। ୪ଦିନ ଧରି ଆଦର୍ଶ କୃଷି ବଜାର ପରିଷରରେ ଏକ ଶିଳ୍ପ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି। ଏହିପ୍ରଦର୍ଶନୀରେ ଜିଲ୍ଲାର ଶିଳ୍ପ ଅନୁଷ୍ଠାନ ଗୁଡିକ ନିଜର ନିଜର ଉତ୍ପାଦିତ ଦ୍ରବ୍ୟ ପ୍ରଦର୍ଶିତ କରିବା ପାଇଁ ଷ୍ଟଲ ବ୍ୟବସ୍ଥା କରାଯାଇଛି।

ଅର୍ଗସ ବ୍ୟୁରୋ : ଢେଙ୍କାନାଳ ହିନ୍ଦୋଳ ରେଞ୍ଜରେ ଚିକିତ୍ସିତ ହେଉଥିବା ଅସୁସ୍ଥ ହାତୀର ମୃତ୍ୟୁ । ୩ ଦିନ ହେବ ଗୋରିଲୋ ଜଙ୍ଗଲରେ ଅସୁସ୍ଥ ହୋଇ ପଡ଼ିଥିଲା ହାତୀଟି । ସ୍ଥାନୀୟ ଗ୍ରାମବାସୀ ହାତୀଟିକୁ ଏଭଳି ଅବସ୍ଥାରେ ଦେଖି ବନ ବିଭାଗକୁ ଖବର ଦେଇଥିଲେ । ଚିକିତ୍ସିତ ଅବସ୍ଥାରେ ରାତି ପାଖାପାଖି ଦୁଇଟା ସମୟରେ ହାତୀଟିର ମୃତ୍ୟୁ ଘଟିଥିବା ଜଣାପଡିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀଙ୍କ ସ୍କୁଲ ବୁଲିବାକୁ ଯିବେ ଦେଶର ସବୁ ପିଲା । ଗୁଜରାଟର ଭଡନଗରର ପ୍ରାଥମିକ ବିଦ୍ୟାଳୟ ଯେଉଁଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରାଥମିକ ଅଧ୍ୟୟନ କରିଥିଲେ, ସେହି ସ୍କୁଲକୁ ବୁଲିବାକୁ ଯିବେ ସ୍କୁଲର ଛାତ୍ରଛାତ୍ରୀ । ବର୍ତ୍ତମାନ ଏହି ବିଦ୍ୟାଳୟକୁ ପ୍ରେରଣା ପରିଯୋଜନା ଅଧୀନରେ ପ୍ରସ୍ତୁତ ହୋଇଛି । ଯେଉଁଠାକୁ ଦେଶର ବିଭିନ୍ନ ସ୍ଥାନରୁ ପିଲାମାନେ ବୁଲିବାକୁ ଯାଇପାରିବେ ।
ଅଧିକ ପଢନ୍ତୁ : ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
ଏହି ବିଦ୍ୟାଳୟକୁ ଏକ ପ୍ରେରଣା ସ୍ଥଳ ଭାବରେ ବିକଶିତ କରାଯାଇଛି । ଏହି ବିଦ୍ୟାଳୟର ସଂରକ୍ଷଣ ଏଏସଆଇ ଦ୍ଵାରା କରାଯାଉଛି । ଏହି ପ୍ରକଳ୍ପ ଅଧୀନରେ ଦେଶର ପ୍ରତ୍ୟେକ ଜିଲ୍ଲାରୁ ଦୁଇଜଣ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ବୁଲି ଦେଖିବା ପାଇଁ ପଠାଯିବ । ସରକାର ଦେଇଥିବା ବିବୃତ୍ତିରେ କୁହାଯାଇଛି ଏହା ଏକ ଭିନ୍ନ ପ୍ରକଳ୍ପ । ଏହାର ଉଦ୍ଦେଶ୍ୟ ହେଉଛି ଯୁବବର୍ଗମାନଙ୍କ ମଧ୍ୟରେ ପରିବର୍ତ୍ତନ ଆଣିବା ପାଇଁ ପ୍ରେରଣା ଦେବ ।
ଏହି ବିଦ୍ୟାଳୟଟି ଏପରି ଭାବରେ ପ୍ରସ୍ତୁତ ହୋଇଛି ଯାହା ଭବିଷ୍ୟତରେ ପ୍ରାଥମିକ ଶିକ୍ଷାର ଏକ ମଡେଲ ହୋଇପାରିବ। ଏହା ସହିତ ଦେଶର ୭୪୦ ଜିଲାର ବିଦ୍ୟାଳୟଗୁଡ଼ିକ ପ୍ରେରଣା ପାଇପାରିବେ । ଏହି ବିଦ୍ୟାଳୟକୁ ସ୍ବତନ୍ତ୍ର ଟେକ୍ନୋଲୋଜିରେ ସଜାଯାଇଛି, ଯେଉଁଠାରେ ପିଲାମାନେ ଆଧୁନିକ ଟେକ୍ନୋଲୋଜି ମାଧ୍ୟମରେ ଅଧ୍ୟୟନ କରିପାରିବେ। ଏହି ବିଦ୍ୟାଳୟ ୧୮୮୮ ମସିହାରେ ପ୍ରତିଷ୍ଠିତ ହୋଇଥିଲା ଏବଂ ୨୦୧୮ ପର୍ଯ୍ୟନ୍ତ ଏହା ଚାଲୁଥିଲା ।

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବେ । ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଭାରତ ଆସିବେ ବୋଲି ସୂଚନା ମିଳିଛି ।
ଅଧିକ ପଢନ୍ତୁ ଭାରତ ଖବର
ଆମେରିକୀୟ NSA ଜେକେ ସୁଲିବାନ ଜୁନ ୧୩ରେ ଦିଲ୍ଲୀରେ ପହଞ୍ଚିବେ । ଯେଉଁଠାରେ ଭାରତ ସହିତ ଜିଇ-୪୧୪ ଇଞ୍ଜିନ ଚୁକ୍ତି ଚୂଡାନ୍ତ ହେବ । ଏଠାରେ ସୁଲିବାନ ତାଙ୍କ ପ୍ରତିପକ୍ଷ ଅର୍ଥାତ୍ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ଭେଟିବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବିବେଚନା କରାଯାଉଛି ।
