ଆହୁରି ୩ଦିନ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ, ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ପାଇଁ 10ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି। ଏହି ସମସ୍ତ ଜିଲ୍ଲାଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ନୟାଗଡ, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ।
ସେହିପରି ମାଲକାନଗିରି, ରାୟଗଡା, କେନ୍ଦ୍ରାପଡା, ଗଜପତି, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର,ବଲାଙ୍ଗୀର, ବରଗଡ ଓ ଯାଜପୁରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଅନ୍ୟପଟେ 21ତାରିଖରେ ମଧ୍ୟ ପଶ୍ଚିମ ଓଡିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।