କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଖ୍ୟାତିସମ୍ପନ୍ନ କବି ଜୟନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ। କବି ଜୟନ୍ତ ମହାପାତ୍ରଙ୍କ ସାହିତ୍ୟରେ ଓଡ଼ିଶା ମାଟିର କଥା ପ୍ରସ୍ଫୁଟିତ ହୁଏ। କବିତା ମାଧ୍ୟମରେ ସାଧାରଣ ଲୋକଙ୍କ ଜୀବନ ଯାତ୍ରାର କଥା କହିବା ଥିଲା ତାଙ୍କର ଅନନ୍ୟ କୃତି। ତାଙ୍କ ବିୟୋଗରେ ସାହିତ୍ୟ ଜଗତ ଜଣେ ଉଜ୍ଜ୍ୱଳ ପ୍ରତିଭାଙ୍କୁ ହରାଇଲା ବୋଲି କେନ୍ଦ୍ରମନ୍ତ୍ରୀ ନିଜ ଟ୍ୱିଟ୍ ରେ ଉଲ୍ଲେଖ କରିଛନ୍ତି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ।
ଅଧିକ ପଢ଼ନ୍ତୁ ଓଡିଶା ଖବର: