୨୦୨୩ ମାର୍ଚ୍ଚରେ ଓଡ଼ିଶାରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧ ଲକ୍ଷ ବୃଦ୍ଧି ପାଇ ୩.୩୧ କୋଟିରେ ପହଞ୍ଚିଛି।
ୱେରଲାଇନ କ୍ଷେତ୍ରରେ ମଧ୍ୟ ରିଲାଏନ୍ସ ଜିଓ ଓଡ଼ିଶାରେ ୧ ନମ୍ବର ୱେରଲାଇନ ସେବା ପ୍ରଦାନକାରୀ ଭାବେ ଏହାର ସ୍ଥାନ ଆହୁରି ସୁଦୃଢ଼ କରିଛି । ୨୦୨୩ ମାର୍ଚ୍ଚରେ କମ୍ପାନି ୭୫୦୦ରୁ ଅଧିକ ଜିଓଫାଇବର ହାଇସ୍ପିଡ ହୋମ୍ ବ୍ରଡବ୍ୟାଣ୍ଡ୍ ବ୍ୟବହାରକାରୀଙ୍କୁ ସାମିଲ କରିଛି । ଫଳରେ ଓଡ଼ିଶାରେ ମୋଟ ଜିଓଫାଇବର ଗ୍ରାହକଙ୍କ ସଂଖ୍ୟା ୨.୧ ଲକ୍ଷରେ ପହଞ୍ଚିଛି। ୨୦୨୩ ମାର୍ଚ୍ଚ ମାସରେ ଜାତୀୟସ୍ତରରେ ମଧ୍ୟ ଜିଓ ସର୍ବାଧିକ ୩୦ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୩ ଲକ୍ଷରୁ ଅଧିକ ନୂଆ ଜିଓଫାଇବର ଗ୍ରାହକ ଯୋଡ଼ିଛି ।
ଉଲ୍ଲେଖଯୋଗ୍ୟ ଯେ, ଜିଓ ପ୍ରଥମ ଟେଲିକମ୍ ସେବା ପ୍ରଦାନକାରୀ ଭାବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ଓ ୨୦୦ରୁ ଅଧିକ ସହର ଓ ନଗରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଛି । ସାରା ଓଡ଼ିଶାରେ ଦ୍ରୁତ ଗତିରେ ଟ୍ରୁ-୫ଜିର ଶୁଭାରମ୍ଭ କରି ଓଡ଼ିଶାରେ ଏହାର ଟ୍ରୁ-୫ଜି କଭରେଜ୍କୁ ସୁଦୃଢ଼ କରିବା ସହିତ ଏହି ପ୍ରଯୁକ୍ତିର ଯୁଗାନ୍ତକାରୀ ଲାଭକୁ ଜିଓ ବ୍ୟବହାରକାରୀମାନଙ୍କୁ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି ।
ଜିଓ ଟ୍ରୁ-୫ଜି ସେବା ଏବେ ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟ ସମେତ ୨୦୦ରୁ ଅଧିକ ପ୍ରମୁଖ ସହର ଓ ନଗରରେ ଉପଲବ୍ଧ ହୋଇଛି । ଏଥିସହିତ ଏହି ସହର ଓ ନଗରଗୁଡ଼ିକର ଆଖପାଖରେ ଥିବା ଶତାଧିକ ଗ୍ରାମଗୁଡ଼ିକରେ ମଧ୍ୟ ଜିଓ ଟ୍ରୁ-୫ଜି ସେବା ଉପଲବ୍ଧ ହୋଇଛି।
ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍ରୁ ଅଧିକ ସ୍ପିଡ୍ର ଅସୀମିତ ଡାଟାକୁ ଉପଭୋଗ କରିବା ଲାଗି ଏହି ସମସ୍ତ ସହର, ନଗର ଓ ଗ୍ରାମର ଜିଓ ବ୍ୟବହାରକାରୀମାନଙ୍କୁ ଜିଓ ୱେଲକମ୍ ଅଫର ଜରିଆରେ ଆମନ୍ତ୍ରଣ କରାଯଉଛି । ଏହି ଅଞ୍ଚଳଗୁଡ଼ିକର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ପର୍ଯ୍ୟଟନ ସ୍ଥଳ, ଶିକ୍ଷାନୁଷ୍ଠାନ, ମଲ୍ ଓ ବଜାର, ଆବାସିକ ଅଂଚଳ, ହସ୍ପିଟାଲ୍, ହୋଟେଲ୍ ଓ ରେସ୍ତୋରାଁ, ସରକାରୀ କୋଠା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟିକ ପ୍ରତିଷ୍ଠାନ ଇତ୍ୟାଦିରେ ଜିଓ ଟ୍ରୁ-୫ଜି ସେବା ପହଂଚିପାରିଛି । ଚଳିତ ଆଇପିଏଲ୍ ସିଜନ୍ରେ ନିୟୁତାଧିକ ଜିଓ ଗ୍ରାହକ ଜିଓ-ଟ୍ରୁ୫ଜି ସେବାକୁ ବ୍ୟବହାର କରି ନିଜ ଘରେ ଆରାମରେ ରହି ମ୍ୟାଚ୍ଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ଦେଖିପାରୁଛନ୍ତି।
ଅଧିକ ପଢ଼ନ୍ତୁ ବାଣିଜ୍ୟ ଖବର