ମେଷ-
ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
କର୍ମକ୍ଷେତ୍ରରେ ଯେଉଁ କାର୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ୟ୍ୟହରା ନ ହୋଇ କାର୍ୟ୍ୟ କଲେ ଉପକୃତ ହେବେ । ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ସାମାଜିକ ସ୍ତରରେ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ । କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ । ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ରୋଗ ସାମୟିକ ହେଲେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟ ଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ । ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ୟ୍ୟ ଅବସ୍ଥା ଅନୁକୂଳ ହେବ । ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ