କୋରୋନା ବିରୁଦ୍ଧ ଲଢେଇରେ ବିଜୟର ମୋଦି ମନ୍ତ୍ର
କୋରାପୁଟ: କୋଟିଆରେ ନିର୍ବାଚନ ପାଇଁ ପୁଣି ଆନ୍ଧ୍ରର ନୋଟିଫିକେସନ। ପଞ୍ଚାୟତ ନିର୍ବାଚନ ପରେ ଏବେ ମଣ୍ଡଳ ଓ ଜିଲ୍ଲାପରିଷଦ ନିର୍ବାଚନ କରିବାକୁ ବିଜ୍ଞପ୍ତି ଜାରି କରିଛନ୍ତି ଆନ୍ଧ୍ର ପ୍ରଦେଶ ନିର୍ବାଚନ କମିଶନ। ଏପ୍ରିଲ ୧ ତାରିଖରେ ଏହି ବିଜ୍ଞପ୍ତି ଜାରି ହୋଇଥିବା ବେଳେ ଆସନ୍ତା ୮ ତାରିଖରେ ଭୋଟ ଗ୍ରହଣ ହେବ। ୧୦ ତାରିଖରେ ଭୋଟ ଗଣତି କରାଯିବ। କୋଟିଆର ତଳଗଂଜେଇପଦରକୁ ଗଂଜେଇ ଭାଦ୍ରା ନାମକରଣ କରି ନିର୍ବାଚନ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସେହିପରି ପାଟୁଚେନୁରୁରେ ମଧ୍ୟ ନିର୍ବାଚନ ପାଇଁ ବିଜ୍ଞପ୍ତି ହୋଇଛି। ଗଂଜେଇଭାଦ୍ରା ପାଇଁ ଦୁଇ ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ପୂର୍ବରୁ କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନକୁ ନେଇ ଓଡ଼ିଶା ସହ ମୁହାଁମୁହିଁ ହୋଇଥିଲା। ଏମିତିକି ମାମଲା ସୁପ୍ରିମକୋର୍ଟ ଯାଇଥିଲା। ଏହାପରେ ବି ଆନ୍ଧ୍ର ମଣ୍ଡଳ ଓ ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ।