ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୪ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୬୨୩ ଜଣ ସ୍ଥାନୀୟ ସଂକ୍ରମିତ। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୮୩ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୬୮,୩୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧,୫୨୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୩୭,୯୭୬ ଜଣ ସୁସ୍ଥ ହୋଇଛନ୍ତି ।