୮ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ହେବା ସହ କିଛି ସ୍ଥାନରେ ବଜ୍ରପାତ ନେଇ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ୧୦ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଆଜି ପର୍ଯ୍ୟନ୍ତ ୬୩୯.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ବାଭାବିକ ବର୍ଷା ଠାରୁ ୨ ପ୍ରତିଶତ ଅଧିକ । ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୭ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।
ଅଧିକ ପଢନ୍ତୁ ଓଡିଶା ଖବର