ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୩୧ ତାରିଖରେ ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝରର କିଛି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଏଣୁ ଏହି ଦୁଇ ଦିନ ପାଇଁ ଉପରୋକ୍ତ ଜିଲ୍ଲା ଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏଥିସହ ଏହି ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ । ସମ୍ଭାବିତ ପ୍ରବଳ ବର୍ଷା ପ୍ରଭାବରେ କିଛି ଜିଲ୍ଲାର ତଳିଆ ଅଞ୍ଚଳରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।