କାଳିଆ ସାଅନ୍ତେ ମଦନମୋହନ ରୂପରେ ବର ବେଶରେ ସଜେଇ ହୋଇ ରୋଷଣି ଧରି ମନ୍ଦିରରେ ପହଞ୍ଚିବା ପରେ ପ୍ରଥମେ ବରଙ୍କ ବାଟବରଣି ଓ ପରେ ବିବାହ ସମ୍ପନ୍ନ ହୋଇଥିଲା।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଧୁମଧାମର ସହ କାଳିଆ ଠାକୁରଙ୍କ ବାହାଘର ସଂପନ୍ନ ହୋଇଛି। ମା' ଲକ୍ଷ୍ମୀଙ୍କ ହାତ ଧରିଛନ୍ତି ଜଗତ ଠାକୁର। ପବିତ୍ର ରୁକ୍ମିଣୀ ହରଣ ଏକାଦଶୀରେ ଆଠଗଡର ଆରାଧ୍ୟ ମହାପ୍ରଭୂ ଶ୍ରୀ ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ମନ୍ଦିରରେ ମହାପ୍ରଭୁଙ୍କ ବିବାହ ନୀତିକାନ୍ତି ଯଥା ରୀତିନୀତିରେ ପାଳନ ହୋଇଯାଇଛି।
କାଳିଆ ସାଅନ୍ତେ ମଦନମୋହନ ରୂପରେ ବର ବେଶରେ ସଜେଇ ହୋଇ ରୋଷଣି ଧରି ମନ୍ଦିରରେ ପହଞ୍ଚିବା ପରେ ପ୍ରଥମେ ବରଙ୍କ ବାଟବରଣି ଓ ପରେ ବିବାହ ସମ୍ପନ୍ନ ହୋଇଥିଲା।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?