ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ବୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି । ଦ୍ବିପ୍ରହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ଲାଗିଥାଏ । କୃଷ୍ଣ ବଳରାମ ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର