ମେଷ-
ଅଟକି ରହିଥିବା କାମଟି ସୁବିଧାରେ ସମ୍ପନ୍ନ ହେବ।ଆମତ୍ୀୟମାନଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ଦିଗଟି ବିଶେଷ ଭଲ ନ ରହିଲେ ମଧ୍ୟ କାମ ଅଟକି ରହିବ ନାହିଁ। ମନୋରଞ୍ଜନ କାର୍ୟ୍ୟକ୍ରମରେ ନିଜକୁ ସାମିଲ୍ କରି ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବ । ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି । ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ
ମିଥୁନ-
ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । କାହାରି କଥାରେ ପ୍ରଭାବିତ ହୋଇ ମୂଲ୍ୟହୀନ କାମରେ ମୁଣ୍ଡ ପୂରାଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସହମତିରେ କାମ କଲେ ଉପକୃତ ହେବେ। ପୁରାଣ ପଠନ, ସତ୍ସଙ୍ଗ ସାଙ୍ଗକୁ ଧର୍ମକାର୍ୟ୍ୟ ପ୍ରତି ଆଗ୍ରହୀ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପୁରାତନ ରୋଗର ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାର୍ୟ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ଯେମିତି ଚାହୁଁଛନ୍ତି ସେମିତି କାମ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟିର ଆଶଙ୍କା ରହିଛି। ପରିବାରର ଅସଜଡ଼ା ପରିସ୍ଥିତିକୁ ପଡ଼ୋଶୀଙ୍କ ସହାୟତାରେ ସଜାଡ଼ି ନେବେ । ଯାତ୍ରା, ବାଣିଜ୍ୟ, ଭ୍ରମଣ ଶାନ୍ତିପ୍ରଦ ରହିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
କନ୍ୟା-
ଦୀର୍ଘଦିନ ହେଲା ଯାହା ପାଇନଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତ ମାନର ଫଳ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ପ୍ରତ୍ୟେକ ପରିସ୍ଥିତିକୁ ସଜାଡ଼ି ନେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା-
ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ମାଲିମକଦ୍ଦମାରେ ବିଜୟୀ ହେବେ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାର ସୁଯୋଗ ପାଇପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡ଼ୋଶୀଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଆଜି ମନ ଭିତରର କଥାକୁ ପ୍ରକାଶ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ ଖୋଲା ମନ ନେଇ ଖର୍ଚ୍ଚରୁ ଦୂରେଇ ରହିବା ପାଇଁ ଚେଷ୍ଟିତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଧନୁ-
କର୍ମ ଜଞ୍ଜାଳ ବୃଦ୍ଧି ହେତୁ ସ୍ୱାସ୍ଥ୍ୟ ସମସ୍ୟା ବଢିଯାଇପାରେ । ଆର୍ଥିକ ଅଭିବୃଦ୍ଧି ସହ ଭୂସମ୍ପତ୍ତି ଲାଭ କରିପାରନ୍ତି । କାର୍ୟ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହି ନ ପାରେ, ଫଳତଃ ସ୍ବାସ୍ଥ୍ୟହାନିର ସମ୍ଭାବନା ରହଛି।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋ ମତାଙ୍କୁ ସବୁଜ ଖାଦ୍ୟ ଏବଂ କିଛି ଗୁଣ୍ଡ ଖାଇବାକୁ ଦିଅନ୍ତୁ
ମକର-
ନିର୍ଦ୍ଦିଷ୍ଟ ସମୟରେ ଆଶା କରୁଥିବା ବନ୍ଧୁଙ୍କ ନିକଟରୁ ଅର୍ଥଲାଭ ଘଟିବ। ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ। ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ସମ୍ମାନିତ ଲୋକଙ୍କ ସହ ମିଶିବେ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ। ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ