ଅର୍ଗସ ବ୍ୟୁରୋ : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଉତ୍ତର-ପଶ୍ଚିମ ବଙ୍ଗୋପସଗାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ । ଉତ୍ତର ଓଡ଼ିଶା ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୨୦ ତାରିଖରେ ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗିର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ସେହିପରି ୨୧ରେ ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି । ଗଣେଶ ପୂଜାରୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼଼ିବାକୁ ଥିବାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।