ମା' ବିମଳାଙ୍କ ପୀଠ ନିମନ୍ତେ ପୂଜକ, ଜଣେ ପରୀଚ୍ଛା, ଚଣ୍ଡୀପାଠ, ମନ୍ତ୍ରଯାପକ, ସହସ୍ରନାମ ପାଠକଙ୍କୁ ବରଣ କରାଯିବ । ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା ଭୁବନେଶ୍ୱରୀ,ମା ବାଟମଙ୍ଗଳା,ଓ ମା ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେଵେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଆଲମଚଣ୍ଡୀ ଓ କପିଳେଷ୍ୱର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ,ଚଣ୍ଡୀପାଠକ ମାନଙ୍କୁ ମଧ୍ୟ ଆଜି ବରଣ କରାଯିବାର ପରମ୍ପରା ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...