ଅର୍ଗସ ବ୍ୟୁରୋ : ମଧ୍ୟପ୍ରଦେଶରେ ବିଜେପି ସରକାର ଆଜି ମନ୍ତ୍ରୀମଣ୍ଡଳ ବିସ୍ତାର କରିଛି। ଏହି ଅବସରରେ ସମୁଦାୟ 28 ଜଣ ମନ୍ତ୍ରୀ ଶପଥ ପାଠ କରିଛନ୍ତି। ରାଜ୍ୟପାଳ ଆନନ୍ଦି ବେନ ପଟେଲ ରାଜଭବନରେ ଶପଥ ପାଠ କରାଇଛନ୍ତି। କଂଗ୍ରେସର କମଲନାଥ ସରକାର ଭାଙ୍ଗିବା ପରେ ଶିବରାଜ ସିଂହ ଚୌହ୍ଵାନ ମାର୍ଚ୍ଚ 23ରେ ଶପଥ ଗ୍ରହଣ କରିଥିଲେ। ସେହି ସମୟରେ ଅଳ୍ପ କିଛି ମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରାଯାଇଥିଲା।
ସୂଚନାନୁଯାୟୀ, ଆଜି ସମୁଦାୟ 28 ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରୁ 20 ଜଣ କ୍ୟାବିନେଟ ମନ୍ତ୍ରୀ ଥିବା ବେଳେ 8 ଜଣ ରାଜ୍ୟ ମନ୍ତ୍ରୀ ସାମିଲ ଅଛନ୍ତି। ଗୋପାଳ ଭାର୍ଗବ, ବିଜୟ ଶାହ, ଜଗଦିଶ ଦେୱଡା, ବିସାହୁଲାଲ ସିଂହ, ୟଶୋଧରା ରାଜେ ସିନ୍ଧିଆ, ଭୂପେନ୍ଦ୍ର ସିଂହ, ଏଦଲସିଂହ କଷାନା, ବୃଜେନ୍ଦ୍ର ପ୍ରତାପ ସିଂହ, ବିଶ୍ଵାସ ସାରଙ୍ଗ, ଇମରତି ଦେବୀ, ପ୍ରଭୁରାମ ଚୌଧୁରୀ, ମହେନ୍ଦ୍ର ସିଂହ ସିଶୋଦିଆ, ପ୍ରଦ୍ୟୁମ୍ନ ସିଂହ ତୋମାର, ପ୍ରେମ ସିଂହ ପଟେଲ, ଓମପ୍ରକାଶ ସକଲୋଚା, ସୁଶ୍ରୀ ଉଷା ଠାକୁର, ଅରବିନ୍ଦ ଭଦୌରିଆ, ମୋହନ ଯାଦବ, ହରଦୀପ ସିଂହ ଡଙ୍ଗ, ରାଜ ବର୍ଦ୍ଧନ ସିଂହ, ଭାରତ ସିଂହ କୁଶୱାହା, ଇନ୍ଦର ସିଂହ ପରମାର, ରାମଖେଲାଭନ ପଟେଲ, ରାମ କିଶୋର କାୱରେ, ବୃଜେନ୍ଦ୍ର ସିଂହ ଯାଦବ, ଗିର୍ରାଜ ଡଣ୍ଡୌତିଆ, ସୁରେଶ ଧାକଡ, ଓପିଏସ୍ ଭଦୌରିଆଙ୍କ ସମେତ ବହୁ ବଡ଼ ନେତା ସାମିଲ ଅଛନ୍ତି। ଶପଥ ଗ୍ରହଣ ସମାରୋହରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଉପସ୍ଥିତ ଅଛନ୍ତି।
230 ସଦସ୍ୟ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାରେ 35 ଜଣ ମନ୍ତ୍ରୀ ରହି ପରିବେ। ବାସ୍ତବରେ, ଅନେକ କାରଣରୁ କ୍ୟାବିନେଟ୍ ସମ୍ପ୍ରସାରଣ ଅନେକ ପୂର୍ବରୁ ଯୋଜନା ହୋଇଥିଲେ ମଧ୍ୟ ହୋଇ ପାରୁ ନଥିଲା। ଅନ୍ୟପଟେ ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିଲା। ଏହି ସମୟ ମଧ୍ୟରେ ବୁଧବାର ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରି ଶପଥ କରାଇଛନ୍ତି।ଅର୍ଗସ ବ୍ୟୁରୋ: ଜାତୀୟ ସୁରକ୍ଷା ସଚେତନତା ଅଭିଯାନ ପକ୍ଷରୁ ମଧୁସୂଦନ ଆଇନ୍ ବିଶ୍ୱବିଦ୍ୟାଳୟ ଏବଂ ରେଭେନ୍ସା ବିଶ୍ଵବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗର ମିଳିତ ଆନୁକୁଲ୍ୟରେ ଆଜି ଦେଶରେ ଗୋଟିଏ ଆଇନ୍ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରରେ ମଧୁସୂଦନ ଆଇନ୍ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର୍ ଡକ୍ଟର କମଲ ଜିତ୍ ସିଂ, ସୁପ୍ରିମ କୋର୍ଟର ଆଇନଜୀବୀ ଆନନ୍ଦ ମିଶ୍ର, ଏବଂ ନୂଆଦିଲ୍ଲୀ ସ୍ଥିତ ଜାତୀୟ ସୁରକ୍ଷା ସଚେତନତାର ଉପ ସଭାପତି ଡକ୍ଟର ମିଥିଲେସ ଝା ବକ୍ତା ଭାବରେ ଯୋଗଦେଇ ସମ୍ପ୍ରତିକ ଦେଶରେ ଆଇନ୍ ବ୍ୟବସ୍ଥାର ତର୍ଜମା କରିଥିଲେ। ପ୍ରତ୍ୟେକ ନାଗରିକଙ୍କ ପାଇଁ ଗୋଟିଏ ଦେୱାନି କୋର୍ଟ ପ୍ରଚଳନ ହେବା ଆବଶ୍ୟକ ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ମାଲକାନଗିରି : ଅବକାରୀ ବିଭାଗ ହାବୁଡରେ ପଡିଲେ ଗଞ୍ଜେଇ ଚୋରା ଚାଲାଣ କାରୀ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ଏକ କାର ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସମୟରେ ମାଲକାନଗିରି ଅବକାରୀ ବିଭାଗ ହାତରେ ଧରା ପଡିଲା ଜଣେ ଚୋରା ଚାଲାଣ କାରୀ । ସୂଚନା ମୁତାବକ ମାଲକାନଗିରି ସହର ନିକଟରେ ଥିବା ଗୌଡ଼ଗୁଡା ଛକ ଠାରେ ଅବକାରୀ ବିଭାଗର କର୍ମଚାରୀ ମାନେ ଗୁଇନ୍ଦା ସୂଚନା ପାଇ ପେଟ୍ରଲିଙ୍ଗ କରୁଥିବା ସମୟରେ ଦ୍ରୁତ ଗତିରେ ଏକ କାର ମାଲକାନଗିରି ସହର ଆଡ଼କୁ ଆସୁଥିବା ଦେଖିବାକୁ ପାଇଥିଲେ ।
ଅଧିକ ପଢନ୍ତୁ : ଗଞ୍ଜେଇ ଚୋରା ଚାଲାଣର ମାଷ୍ଟର ମାଇଣ୍ଡ ହୋମଗାର୍ଡ
ପରେ ସନ୍ଦେହ ହେବାରୁ ଉକ୍ତ କାରକୁ ଅଟକାଇ ଯାଞ୍ଚ କରିବାରୁ ସେଠାରୁ 88 କେଜି ଗଞ୍ଜେଇ ବାହାରି ଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ 8 ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହୋଇଥିବା ବେଳେ ଏହି ଚୋରା ଚାଲାଣରେ ସାମିଲ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଅବକାରୀ ଉପ ନିରୀକ୍ଷକ।
ଅର୍ଗସ ବ୍ୟୁରୋ: ମନ୍ଦିରରୁ ସିରିଜ ଲୁଟ୍ । ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ମହାଗବ ପଞ୍ଚାୟତରେ ଥିବା 3 ଟି ମନ୍ଦିରରୁ ବଲମ୍ବିତ ରାତିରେ ଦୁର୍ବୁତ ମାନେ ସିରିଜ୍ ଲୁଟ କରିଛନ୍ତି । ମା ମଙ୍ଗଳା ମନ୍ଦିର ରୁ ସୁନା ରୂପା , ବାସୁଳୀ ମନ୍ଦିରରୁ ତାଲା ଭଙ୍ଗୀ ଲୁଟ୍ କରିଥିବା ସୂଚନା ,ତାରେଣୀ ମନ୍ଦିର ରୁ ତାଲା ଭଙ୍ଗୀ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଆସବା ପତ୍ର ଲୁଟିନେଇଥିବା ଅଭିଯୋଗ । ଖବରପାଇ ଘଟଣା ସ୍ଥଳରେ କମର୍ଦ୍ଦା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ୩ଟି ମନ୍ଦିରରୁ ଚୋରି ହୋଇଥିବାବେଳେ ପୋଲିସର ଚିନ୍ତା ବଢ଼ିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: