ବଡ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଥାଏ । ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ଯୋଗାଯାଇଥାଏ । କେବଳ ନବକଳେବର ବର୍ଷରେ ୯ ସେର ଫୁଲୁରୀ ତେଲ ଦିଆଯାଇଥାଏ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଅଣସର ଘର ଦ୍ୱାର ଖୋଲାଯାଇ ଏହି ନୀତି ଆରମ୍ଭ ହେବ । ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ଫୁଲୁରୀ ତେଲ ନେଇ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଏହାକୁ ମାଲିସ୍ କରିବେ।
ମହାପ୍ରଭୁଙ୍କୁ ଲାଗି ହେବ ୬ ସେର ଫୁଲୁରୀ ତେଲ

ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ । ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିଛନ୍ତି । ଅଣସର ଗୃହରେ ଦାରୁ ଦିଅଁଙ୍କ ଶ୍ରୀଅଙ୍ଗରେ ଆଜି ଫୁଲୁରୀ ତେଲ ଲାଗି କରାଯିବ । ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିବେ ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
