ଜିଲ୍ଲାପାଳ, ବିଏମସି କମିଶନରଙ୍କ ସହ ଆଲୋଚନା ଅନୁଯାୟୀ ୩ ଟାରୁ ୩.୩୦ ପର୍ଯ୍ୟନ୍ତ ଅବକାଶ ନୀତି ଅନୁଷ୍ଠିତ ହେବ । ୩.୩୦ ଠାରୁ ୫ ଟା ଯାଏଁ ସେବାୟତ ପରିବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବେ। ୫ଟାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିବ ।
ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି,୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଟ୍ରାଫିକ ଏକ ବଡ଼ ଚ୍ୟାଲେଞ୍ଜ ଥିବା ବେଳେ ଏ ନେଇ ବ୍ୟବସ୍ଥା କରାଯାଇଛି । ଡିସିପି ଟ୍ରାଫିକ ଏ ଦାୟିତ୍ବରେ ରହିବେ। କିଭଳି ଭାବେ ବ୍ୟବସ୍ଥିତ ଢଙ୍ଗରେ ଆଇନଶୃଙ୍ଖଳା ରକ୍ଷା କରାଯିବ, ସେ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା କହିଛନ୍ତି ପୋଲିସ କମିଶନର।