ସେପଟେ ମାଷ୍ଟର ମାଇଣ୍ଡ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଖାରଜ ହୋଇଛି । ହାଇକୋର୍ଟ ଜାମିନ ଖାରଜ କରିଛନ୍ତି । ଚାନ୍ଦବାଲି ଥାନାରେ ମାନସ ସ୍ବାଇଁଙ୍କ ନିଖୋଜ ନେଇ ପରିବାର ପକ୍ଷରୁ ଫେବ୍ରୁଆରି ୧୪ ତାରିଖରେ ଅଭିଯୋଗ କରଯାଇଥିଲା ।
ଚାନ୍ଦବାଲି ଥାନା ପୋଲିସ ଆଇପିସିର ଦଫା ୩୬୩ ଓ ୩୪ ଦଫାରେ ମାମଲା ରୁଜୁ କରିଥିଲା । ଚାନ୍ଦବାଲି ଥାନାର କେସ ନମ୍ବର ୬୩/୨୦୨୨ ମାମଲାରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ପାଇଁ ଫେବ୍ରୁଆରି ୨୩ ତାରିଖରେ ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ଗତ ୧୬ ତାରିଖରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି ।