ଅର୍ଗସ ବ୍ୟୁରୋ: ଜାତୀୟ ରାଜପଥ 55 ଓ 53ର କାମ ତ୍ବରାନ୍ବିତ ପାଇଁ ନିର୍ବାଚନ ଆରଣ ବିଧି ବାଧକ ସାଜିବ ନାହିଁ। ଭାରତୀୟ ନିର୍ବାଚନ ଆୟୋଗ ଅନୁଗୋଳ-ସମ୍ବଲପୁର ସେକ୍ସନ ଏନଏଚ-୫୫ର କିଛି କାର୍ଯ୍ୟ, ସମ୍ବଲପୁରର ଅଇଁଠାପାଲି ଠାରେ ୩.୫ କିଲୋମିଟର ଦୀର୍ଘ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଏବଂ ସମ୍ବଲପୁର ଜିଲ୍ଲାର ଜାତୀୟ ରାଜପଥ-୫୩ରେ ୨ ଲେନ୍ ବିଶିଷ୍ଟ ରୋଡ୍ ଓଭର ବ୍ରୀଜ କାମ ପାଇଁ ଅନୁମତି ଦେଇଛନ୍ତି । ଖୁବ ଶୀଘ୍ର ରାସ୍ତାର ସମ୍ପ୍ରସାରଣ କାମ ଆରମ୍ଭ ହେବ ବଲି ଜଣା ପଡ଼ିଛି। ଅନୁଗୋଳ - ସମ୍ବଲପୁର ସେକ୍ସନର କିଛି କାର୍ଯ୍ୟ ପାଇଁ ୨୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ସମ୍ବଲପୁରର ଅଇଁଠାପାଲି ଠାରେ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଓ ସମ୍ବଲପୁର ଜିଲ୍ଲାର ଜାତୀୟ ରାଜପଥ-୫୩ରେ ୨ ଲେନ୍ ବିଶିଷ୍ଟ ରୋଡ୍ ଓଭର ବ୍ରୀଜ କାମ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର ହୋଇସାରିଛି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ବର୍ଷ ନଭେମ୍ବର ୨୮ ତାରିଖରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ ଏ ନେଇ ଚିଠି ଲେଖିଥିଲେ । ସେ ପତ୍ରରେ ଉଲ୍ଲେଖ କରଥିଲେ ଜାତୀୟ ରାଜପଥ-୫୩ ବରାଇପାଲି ଛକ ଓ ଅଇଁଠାପାଲି ଦେଇ ଝାରସୁଗୁଡା, ଦେବଗଡ ଓ ସମ୍ବଲପୁର ସହରକୁ ଯୋଗାଯୋଗ କରୁଥିବା ବେଳେ ଫ୍ଲାଏ ଓଭରର ବ୍ୟବସ୍ଥା ନ ଥିବାରୁ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ଶ୍ରୀ ପ୍ରଧାନ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଥିଲେ। ଚିଠି ପାଇବା ପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଚଳିତବର୍ଷ ମାର୍ଚ୍ଚ ୧୨ ତାରିଖରେ ସମ୍ବଲପୁରର ଅଇଁଠାପାଲି ଠାରେ ୩.୫ କିଲୋମିଟର ଦୀର୍ଘ ୬ ଲେନ୍ ବିଶିଷ୍ଟ ଫ୍ଲାଏ ଓଭର ଏବଂ ସମ୍ବଲପୁର ଜିଲ୍ଲାର ଜାତୀୟ ରାଜପଥ-୫୩ ରେ ୨ ଲେନ୍ ବିଶିଷ୍ଟ ରୋଡ୍ ଓଭର ବ୍ରୀଜ ନିର୍ମାଣ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା।
ଅଧିକ ପଢ଼ନ୍ତୁ ଦେଶ ଖବର: