ଆଜି ଶେଷ ଦିନରେ ଗଣିତ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା 15 ପର୍ଯ୍ୟନ୍ତ ଚାଲିଥିଲା । ଗଣିତ ପରୀକ୍ଷା ଥିବାରୁ ୧୫ ମିନିଟ୍ ଅିତିରିକ୍ତ ସମୟ ମିଳିଥିଲା । ମାର୍ଚ୍ଚ ୧୦ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ଫିଲପ୍ କରିଥିଲେ । ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲାବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା ।
ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । ପରୀକ୍ଷାରେ କପି ରୋକିବାକୁ ବୋର୍ଡ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲା । ହେଲେ ସୁଦ୍ଧା ରାଜ୍ୟ ସରକାର ଓ ବୋର୍ଡ଼ ପକ୍ଷରୁ ବ୍ୟାପକ ସୁରକ୍ଷା ସତ୍ତ୍ୱେ ପରୀକ୍ଷା ସମୟରେ ବିଭିନ୍ନ ତ୍ରୁଟି ପରିଲକ୍ଷିତ ହୋଇଥିଲା। ପ୍ରଶ୍ନପତ୍ର ଭାଇରାଲ ହେବା ସହ ପ୍ରଶ୍ନପତ୍ରରେ ତ୍ରୁଟି ପରିଲିକ୍ଷିତ ହୋଇଥିଲା ।
ଆହୁରି ପଢନ୍ତୁ ଓଡିଶା ଖବର...