ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ସୋନପୁରଠାରେ 15.4 ଡିଗ୍ରି ରେକର୍ଡ କରାଯାଇଛି। ପାହାଡ଼ିଆ ଅଞ୍ଚଳଗୁଡ଼ିକ ମଧ୍ୟରେ କୋରାପୁଟଠାରେ ସର୍ବନିମ୍ନ 15.0 ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ରାତ୍ରି ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି। ବଙ୍ଗୋପସାଗରୀୟ ଅଞ୍ଚଳରୁ ପୂର୍ବ ତଥା ଉତ୍ତର-ପୂର୍ବ ଦିଗରୁ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି ।