ଏହି ‘କାଫେ’ ପରିଚାଳନା କରି ଏସଏଚଜି ମା’ମାନେ ଭଲ ଦି’ ପଇସା ରୋଜଗାର କରୁଛନ୍ତି। ‘ଆଗରୁ ଆମେ ପାରମ୍ପରିକ କାମରେ ନିୟୋଜିତ ଥିଲୁ। କିନ୍ତୁ ଏବେ ଜିଲ୍ଲା ପ୍ରଶାସନ ସହଯୋଗରେ ମିଶନ ଶକ୍ତି କାଫେ ଚଲାଉଛୁ। ଲୋକମାନଙ୍କ ଚାହିଦା ଅନୁଯାୟୀ ଏଠାରେ ଆମେ ଖାଦ୍ୟ ପ୍ରସ୍ତୁତ କରୁଛୁ। ଘରୋଇ ପରିବେଶ ଭିତରେ ଲୋକମାନେ ଯେମିତି ଭଲ ଖାଦ୍ୟ ପାଇପାରିବେ ତା’ ଉପରେ ଆମେ ଧ୍ୟାନ ଦେଉଛୁ ବୋଲି ଏସଏଚଜି ଗ୍ରୁପ(ସ୍ବରୂପା)ର ସଭାପତି ଜ୍ୟୋତ୍ସ୍ନାରାଣୀ ବେହେରା କହିଛନ୍ତି।
ଅଧିକ ଓଡ଼ିଶା ଖବର ପଢ଼ନ୍ତୁ
କାଫେ’କୁ ସଫା ସୁତୁରା ରଖିବା ସହ କିପରି ଖାଦ୍ୟ ପ୍ରସ୍ତୁତ କରାଯିବ ସେନେଇ ଆମେ ପ୍ରଶିକ୍ଷଣ ନେଇଥିଲୁ। ଏବେ ଏହି କାଫେ ପରିଚାଳନା କରି ଆମେ ଭଲ ରୋଜଗାର କରିପାରୁଛୁ’’ କହନ୍ତି ମିଶନ ଶକ୍ତିର ମୁଖ୍ୟ ପରିଚାଳିକା। ସପ୍ତାହରେ ୬ ଦିନ (ରବିବାରକୁ ଛାଡ଼ି) ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି କାଫେ ଖୋଲାରହୁଛି। ଏଠାରେ ମଧ୍ୟାହ୍ନ ଭୋଜନରେ ଭାତ, ଡାଲି, ତରକାରି, ଚିପ୍ସ, ଭଜା, ଶାଗ ସହିତ ଆମିଷ ମଧ୍ୟରେ ମାଛ, ଚିକେନ ଓ ଅଣ୍ଡାରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ମିଳୁଛି। ଏହି କାଫେ ପରିଚାଳନା ଲାଗି ମିଶନ ଶକ୍ତିର ମା’ମାନଙ୍କୁ ଆବଶ୍ୟକ ତାଲିମ ଦିଆଯାଉଛି। ଖାଦ୍ୟ ପ୍ରସ୍ତୁତି ସହିତ ଗ୍ରାହକମାନଙ୍କୁ କିପରି ସେବା ଯୋଗାଇଦେବେ ସେ ବାବଦରେ ମଧ୍ୟ ପ୍ରଶିକ୍ଷଣ ବେଳେ ଗୁରୁତ୍ୱ ଦିଆଯାଉଛି ବୋଲି ବ୍ଲକ ବିଡିଓ ପ୍ରତିକ୍ରିୟା ରଖିଛନ୍ତି।