ତେଣୁ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନୁଗୁଳ , ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ରେ ୫ ଜିଲ୍ଲାରେ ପ୍ରବଳ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରିକରିଛି ପାଣିପାଗ । ଏହାସହ ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦୁଝର,ମୟୁରଭଞ୍ଜ
କଟକ ,ଦେଓଗଡ ,ସୋନପୁର ,ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ର ସମ୍ଭାବନା ଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ବର୍ଣ୍ଣିଙ୍ଗ କରାଯାଇଛି।
ଅନ୍ୟପଟେ ଗତକାଲି ମୌସୁମୀ ଦୁର୍ବଳ ଥିଲେ ବି ଦ୍ୱୈତ ନଗରୀ ସମେତ ରାଜ୍ୟର ୧୨ ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । କଟକର ନରାଜରେ ସର୍ବାଧିକ ୧୩୧ .୦ ମିମି ବର୍ଷା ରେକର୍ଡ କରାଯାଇଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୩ ପ୍ରତିଶତ ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ଠାରୁ ୪୧ ପ୍ରତିଶତ ଅଧିକ ରହିଛି।ସେପଟେ ଜୁନ ୧ ରୁ ସେପ୍ଟେମ୍ଭର ୩ ପର୍ଯ୍ୟନ୍ତ ରାଜ୍ୟରେ ୮୦୨.୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ଠାରୁ ଏବେବି ୧୩ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏବେବି ୧୨ ଜିଲ୍ଲାରେ ନିଅଁଟିଆ ବର୍ଷା ରେକର୍ଡ ସହ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
ଅଧିକ ପଢ଼ନ୍ତୁ ପାଣିପାଗ ଖବର