ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ସମେତ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି,ବଲାଙ୍ଗୀର ଓ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଅନ୍ୟପଟେ ଆସନ୍ତା ତିନି ଦିନ ମଧ୍ୟରେ ତାପମାତ୍ରା ୪ରୁ ୫ ଡିଗ୍ରୀ ଖସିବା ସମ୍ଭାବନା ରହିଛି ।
ଆସନ୍ତା 12 ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ
ଅର୍ଗସ ବ୍ୟୁରୋ: ଆସନ୍ତା 12 ଘଣ୍ଟାରେ ଓଡ଼ିଶା ଛୁଇଁବ ମୌସୁମୀ । ପ୍ରଭାବରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ତୃତୀୟ ସପ୍ତାହ ବେଳକୁ ରାଜ୍ୟରେ ଭଲ ବର୍ଷା ଅନୁମାନ କରାଯାଉଛି । ମୌସୁମୀ ଏବେ ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରବେଶ କରିଛି । ଓଡିଶାରେ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ ରହିଛି । ପ୍ରଭାବରେ ରାଜ୍ୟରେ ପ୍ରାକ୍-ମୌସୁମୀ ବର୍ଷା ଦେଖାଦେଇଛି ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
