ଅଧିକ ପଢନ୍ତୁ ଓଡିଶା ଖବର
ଅର୍ଗସ ବ୍ୟୁରୋ : ଭୁବନେଶ୍ବର ନହରକଣ୍ଟା ମାଆ ବହଡେଇଙ୍କ ପୀଠରେ ଶେଷ ହୋଇଛି ବାସନ୍ତୀ ଦଶମୀ ପୂଜା। ଆଶ୍ବିନ ମାସରେ ଷୋଡ଼ଶ ଦିନାତ୍ମକ ଶାରଦୀୟ ପାର୍ବଣ ପୂଜା ଅନୁଷ୍ଠିତ ହେଉଥିବା ବେଳେ ଚୈତ୍ରମାସରେ ମାଆଙ୍କ ନିକଟରେ ନବ ଦିନାତ୍ମକ ବାସନ୍ତୀକ ମଧୁ ପାର୍ବଣ ପୂଜା ଅନୁଷ୍ଠିତ ହୋଇଥାଏ । ଏହି ପୂଜା ଦୀର୍ଘ ୬ ବର୍ଷ ଧରି ନହରକଣ୍ଟା ଗାଁର ଅବସରପ୍ରାପ୍ତ ବ୍ୟକ୍ତି କରିଆସୁଛନ୍ତି ।
ଅଧିକ ପଢନ୍ତୁ ଓଡିଶା ଖବର
ସୁବର୍ଣ୍ଣପୁର: ମାହୁନ୍ତକୁ କଚାଡି ହାତୀ ଫେରାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି ।
ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...