ସେହିପରି ଏନବିଟିସି ମଧ୍ୟ ରାଜ୍ୟରେ ପୁଞ୍ଜି ନିବେଶ ପାଇଁ ଘୋଷଣା କରିଛି । ୟୁରିଆ ପ୍ଲାଣ୍ଟ ସ୍ଥାପନ ପାଇଁ କମ୍ପାନୀ ୫ ହଜାର କୋଟି ଟଙ୍କା ନିବେଶ କରିବ । ଲଜିଷ୍ଟିକ୍ କ୍ଷେତ୍ରରେ ପୁଞ୍ଜି ଲଗାଇବ ସରାଫ୍ ଗ୍ରୁପ୍ । ଗତ ୨ ବର୍ଷରେ ଓଡିଶାରେ ବିନିଯୋଗ ହୋଇଛି ୩ ଲକ୍ଷ ୭୫ ହଜାର କୋଟି । ରାଜ୍ୟରେ ୫ ହଜାର କୋଟି ଟଙ୍କା ପୁଞ୍ଜିନିବେଶ କରିବ ଶୋଭା ଲିମିଟେଡ । ମେଟାଲ ଓ ହସ୍ପିଟାଲିଟି କ୍ଷେତ୍ରରେ ପୁଞ୍ଜି ନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି ଶୋଭା ଗ୍ରୁପ୍ ।
ଓଡିଶାରେ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ

ଅର୍ଗସ ବ୍ୟୁରୋ: ଦୁବାଇରେ ଅନୁଷ୍ଠିତ ହୋଇଯାଇଛି ମେକ୍ ଇନ୍ ଓଡ଼ିଶା କନକ୍ଲେଭ । ରାଜ୍ୟରେ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ । ଦୁବାଇ ନିବେଶକ ସମ୍ମିଳନୀରେ ତବ୍ରି ଗ୍ରୁପର ପରିଚାଳନା ନିର୍ଦ୍ଦେଶକ ଡକ୍ଟର ୟୁସୁଫ ଅଲ୍ ହମ୍ମାଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ଆଇସିଟି କ୍ୟାମ୍ପସରେ ହଜାରେ କୋଟି ଟଙ୍କାର ପୁଞ୍ଜିନିବେଶ କରିବାକୁ ପ୍ରତିଶ୍ରୁତି ଦେଇଛି ତାବ୍ରିଡ ଗ୍ରୁପ ।
Download Argus News App
