ପରେ 3ଜଣ କର୍ମଚାରୀ ଲୁହା ରଡରେ ପର୍ଯ୍ୟଟକଙ୍କ ଉପରକୁ ଆକ୍ରମଣ କରିଥିଲେ। ଯାହାର ଭିଡିଓ ଏବେ ସୋଶିଆଲ ମିଡିଆରେ ଭାଇରାଲ ହେଉଛି। ଏହାକୁ ନେଇ ପର୍ଯ୍ୟଟକଙ୍କ ପକ୍ଷରୁ ଥାନାରୁ ଏତଲା ଦିଆଯାଇଛି। ପରେ ନନ୍ଦନକାନନ ପୋଲିସ 3ଜଣଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।
ସୂଚନାମୁତାବକ, ଛତିଶଗଡ଼ରୁ ଆସିଥିବା ପ୍ରାୟ ୨୬ ପର୍ଯ୍ୟଟକ ସଫାରୀ ବୁଲିବାକୁ ଟିକେଟ କାଟିଥିଲେ ମଧ୍ୟ ପ୍ରାୟ ୩ ଘଣ୍ଟା ପର୍ଯ୍ୟନ୍ତ ସେମାନଙ୍କୁ ବୁଲିବାକୁ ସଫାରୀ ଗାଡ଼ି ମିଳିନଥିଲା । ଏହାକୁ ନେଇ ପର୍ଯ୍ୟଟକମାନେ ସଫାରୀ କାଉଣ୍ଟରରେ ପାଟିଗୋଳ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ପଡ଼ିଥିବା ସଫାରୀ କର୍ମଚାରୀ ସେମାନଙ୍କୁ ଠେଲାପେଲା କରିଥିଲେ ।
ଉତ୍ତେଜନା ବଢିବାରୁ ସଫାରୀ କର୍ମଚାରୀ ସ୍ଥାନୀୟ ଅଂଚଳର ପ୍ରାୟ ୫୦ ଲୋକଙ୍କୁ ଡାକି ଦେଇଥିଲେ। ପରେ ସେମାନେ ମିଳିତ ଭାବେ ସଫାରୀ କାଉଣ୍ଟର ନିକଟରେ ଥିବା ଷ୍ଟିଲ ରଡ ଓପାଡ଼ି ପର୍ଯ୍ୟଟକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ । ଏହି ଆକ୍ରମଣ ଯୋଗୁ ୫ ଜଣ ଗୁରୁତର ହୋଇଛନ୍ତି ।