ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ । ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ ।
ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼, ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...