ଏହି କାର୍ଯ୍ୟକ୍ରମରେ ମୁଖ୍ୟପୁରଧା ଭାବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଏହି ଉତ୍ସବର ବିଶାଳ ଜନସମାବେଶ ହେବାର ସମ୍ଭାବନା ଅଛି ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନ ମା ତାରାତାରିଣୀ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିବା ସହ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ମାଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ।
ଏହି ପରିଦର୍ଶନ ସମୟରେ ଜିଲ୍ଲା ପ୍ରଶାସନ ସହ ଭିଡ ନିୟନ୍ତ୍ରଣ, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳ ଯୋଗାଣ, ପ୍ରାଥମିକ ସ୍ୱାସ୍ଥ୍ୟ ବ୍ୟବସ୍ଥା, ଅଗ୍ନି ସୁରକ୍ଷା, ବିଦ୍ୟୁତ ଯୋଗାଣ ଓ ପରିମଳ ଆଦି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ।
ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଏସପି ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।